Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 72:1-7

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।

ଗୀତସଂହିତା 72:18-19

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 4:2-6

ସେହି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀୟ ଓ ମହାନ ହେବ। ଇସ୍ରାଏଲର ପରିବେଷ୍ଟନୀୟର ଉପଯୋଗୀ ସେମାନଙ୍କ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ୱିତ ହେବେ। ସେହି ସମୟରେ ସିୟୋନ ଓ ଯିରୁଶାଲମର ଅବଶିଷ୍ଟ ସମସ୍ତ ଲୋକ ସ୍ୱତନ୍ତ୍ର ଓ ପବିତ୍ର ଲୋକ ବୋଲି କଥିତ ହେବେ। ଏହା ସେହି ଲୋକମାନଙ୍କ ପ୍ରତି ଘଟିବ ଯେଉଁମାନେ ଏକ ସ୍ୱତନ୍ତ୍ର ତାଲିକାରେ ଥିବେ ଓ ସେହି ତାଲିକାଭୁକ୍ତ ଲୋକେ କେବଳ ବଞ୍ଚି ରହିବେ।

ସଦାପ୍ରଭୁ ସିୟୋନର ନାରୀମାନଙ୍କର ମଇଳାକୁ ଧୌତ କରିବେ। ସେ ଯିରୁଶାଲମର ସମସ୍ତ ରକ୍ତକୁ ଧୋଇ ଦେବେ। ପରମେଶ୍ୱର ତାଙ୍କର ନ୍ୟାୟ ଆତ୍ମାକୁ ପ୍ରୟୋଗ କରିବେ। ଆଉ ମଧ୍ୟ ସେ ତାଙ୍କର ଜ୍ୱଳନ୍ତ ଆତ୍ମାକୁ ବ୍ୟବହାର କରିବେ। ସେତେବେଳେ ପରମେଶ୍ୱର ତାଙ୍କର ଲୋକମାନଙ୍କ ସହିତ ଅଛନ୍ତି ବୋଲି ପ୍ରମାଣ କରିବେ। ଦିବସରେ ପରମେଶ୍ୱର ଧୂମର ମେଘ ସୃଷ୍ଟି କରିବେ ଓ ରାତ୍ରିରେ ଜ୍ୱଳନ୍ତ ଅଗ୍ନିଶିଖା ସୃଷ୍ଟି କରିବେ। ଆଉ ଏହା ପ୍ରମାଣିତ ହେବ ଯେ ସିୟୋନର ସମସ୍ତ ପର୍ବତ ଓ ସମସ୍ତ ଆବାସ ଉପର ଆକାଶ ଏହି ଧୂମ ରୂପକ ମେଘରେ ଆଚ୍ଛାଦିତ ହେବ। ପ୍ରତ୍ୟେକ ଲୋକର ସୁରକ୍ଷା ପାଇଁ ଚନ୍ଦ୍ରାତାପ ବିସ୍ତୃତ ହେବ। ଏହି ଆଚ୍ଛାଦନ ଏକ ନିରାପଦ ସ୍ଥାନ ହେବ। ଏହା ଦିବସରେ ସୂର୍ଯ୍ୟ ତାପରୁ ସୁରକ୍ଷା ଦେବ ଓ ସମସ୍ତ ବନ୍ୟା, ଝଡ଼ ଓ ବର୍ଷାରୁ ଏହି ଛାୟା ରକ୍ଷା କରିବ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 1:12-17

ଜଣେ ନୂଆ ପ୍ରେରିତଙ୍କ ନିର୍ବାଚନ

12 ତା’ପରେ ପ୍ରେରିତମାନେ ଜୀତ ନାମକ ପର୍ବତରୁ ଯିରୁଶାଲମ ଫେରି ଆସିଲେ। ଏହି ପର୍ବତ ଯିରୁଶାଲମଠାରୁ ପ୍ରାୟ ଦୁଇ କିଲୋମିଟର ଦୂର। 13 ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲି‌ପ୍‌ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।

14 ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।

15 ସେହି ସମୟରେ ସେଠାରେ ପ୍ରାୟ ଶହେକୋଡ଼ିଏ ଜଣ ବିଶ୍ୱାସୀ ଏକତ୍ର ହୋଇଥିଲେ। ପିତର ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, 16 “ଭାଇମାନେ, ଧର୍ମଶାସ୍ତ୍ରରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ୱାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ଯିହୂଦାଙ୍କ ବିଷୟରେ କହିଥିଲେ। 17 ଯିହୂଦା ଆମ୍ଭ ଦଳରେ ଥିଲା ଓ ଆମ୍ଭ ସହିତ ଏକତ୍ର ସେବା କାର୍ଯ୍ୟ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ଯିହୂଦା ସେମାନଙ୍କର ନେତା ହେବ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 1:21-26

21-22 ତେଣୁ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କର ପୁନରୁ‌ତ୍‌ଥାନର ସାକ୍ଷୀ ହେବା ନିମନ୍ତେ ଆଉ ଜଣେ ଆମ୍ଭ ସହିତ ଯୋଗ ଦେବା ନିତାନ୍ତ ଜରୁରୀ ଅଟେ। ତେଣୁ ପ୍ରଭୁ ଯୀଶୁ ଆମ୍ଭ ସହିତ ଥିବା ସମୟରେ ସେତେବେଳେ ଆମ୍ଭମାନଙ୍କ ଭିତରେ ଯେତେ ଜଣ ଥିଲେ ସେମାନଙ୍କ ମଧ୍ୟରୁ ଆଉ ଜଣକୁ ହିଁ ବଛାଯିବ। ଅନ୍ୟଭାଷାରେ କହିବାକୁ ଗଲେ, ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ଦିନଠାରୁ ଯୀଶୁଙ୍କୁ ଆମ୍ଭମାନଙ୍କ ମଧ୍ୟରୁ ଊର୍ଦ୍ଧ୍ୱକୁ ନିଆ ହୋଇଯିବା ପର୍ଯ୍ୟନ୍ତ ଏହି ଲୋକ ଜଣକ ଆମ୍ଭ ସଙ୍ଗରେ ରହିଥିବା ଉଚିତ୍।”

23 ଏଥିପାଇଁ ପ୍ରେରିତମାନେ ଦୁଇଜଣ ଲୋକଙ୍କ ନାମ ପ୍ରସ୍ତାବ କଲେ। ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଯୋଷେଫ, ଯାହାଙ୍କୁ ବର୍ଶ‌ବ୍‌ବା ବୋଲି କୁହାଯାଉଥିଲା, ଏହାଙ୍କୁ ଯୂସ୍ତ ମଧ୍ୟ କୁହାଯାଉଥିଲା ଏବଂ ଅନ୍ୟ ଜଣେ ମଥିୟ। 24 ପୁଣି ପ୍ରେରିତମାନେ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ, “ପ୍ରଭୁ, ତୁମ୍ଭେ ସମସ୍ତଙ୍କ ମନକଥା ଜାଣିଛ। ଏହି ସେବା କାର୍ଯ୍ୟ ଓ ପ୍ରେରିତ ପଦ ଛାଡ଼ିଦେଇ ଯିହୂଦା ନିଜ ସ୍ଥାନକୁ ଗ୍ଭଲିଯାଇଛି। 25 ସେହି ପଦରେ ପ୍ରେରିତ ହେବା ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ୟରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦେଖାଇଦିଅ।” 26 ତା’ପରେ ପ୍ରେରିତମାନେ ଏହି ଦୁହିଁଙ୍କ ନାମରେ ଗୁଳା ପକାଇଲେ। କାଗଜରେ ଲେଖାଥିବା ଗୁଳା ମଥିୟଙ୍କ ନାମରେ ଉଠିଲା। ଏହିପରି ସେ ଅନ୍ୟ ଏଗାର ଜଣ ପ୍ରେରିତଙ୍କ ସହିତ ଜଣେ ପ୍ରେରିତ ହିସାବରେ ଗଣିତ ହେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center