Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 72:1-7

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।

ଗୀତସଂହିତା 72:18-19

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 30:19-26

19 ସଦାପ୍ରଭୁଙ୍କର ସନ୍ତାନଗଣ ଯିରୁଶାଲମର ସିୟୋନ ପର୍ବତରେ ବାସ କରିବେ। ତୁମ୍ଭେମାନେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।

ପରମେଶ୍ୱର ତାଙ୍କର ସନ୍ତାନଙ୍କୁ ସାହାଯ୍ୟ କରିବେ

20 ମୋର ପ୍ରଭୁ ପରମେଶ୍ୱର ଯଦିଓ ତୁମ୍ଭମାନଙ୍କୁ ଦୁଃଖରୂପକ ଖାଦ୍ୟ ଓ କ୍ଳେଶରୂପକ ଜଳ ଦେଇଥିଲେ ତଥାପି ସେ ତୁମ୍ଭମାନଙ୍କର ଶିକ୍ଷକ। ସେ ଆଉ ତୁମ୍ଭମାନଙ୍କ ନିକଟରେ ଲୁଚି ରହିବେ ନାହିଁ। ତୁମ୍ଭେମାନେ ତୁମ୍ଭର ଖାଲି ଚକ୍ଷୁରେ ତାଙ୍କର ଦର୍ଶନ ପାଇବ। 21 ପୁଣି ତୁମ୍ଭେମାନେ ଯଦି ଭୁଲ୍ କର କିମ୍ବା ଭୁଲ୍ ବାଟରେ ଯାଅ, ଦକ୍ଷିଣକୁ କିମ୍ବା ବାମରେ ଗଲାବେଳେ ପଛରୁ ଏକ ସ୍ୱର ଶୁଣିବ, “ଏ ହେଉଛି ପଥ, ଏହି ପଥରେ ଗମନ କର।”

22 ତୁମ୍ଭମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦେଇଛନ୍ତି। ମାତ୍ର ତୁମ୍ଭେମାନେ ସେହି ମିଥ୍ୟା ପ୍ରଭୁଙ୍କୁ ଆଉ ସେବା କରିବ ନାହିଁ। ଆଉ ତୁମ୍ଭେମାନେ ସେଗୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ୟ ଫିଙ୍ଗି ଦେବ ଏବଂ କହିବ “ଏଠାରୁ ବାହାରି ଯାଅ।”

23 ସେହି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦେବେ। ତୁମ୍ଭେମାନେ ଶସ୍ୟ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହେବ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଗ୍ଭରଣଭୂମି ହେବ। 24 ତୁମ୍ଭମାନଙ୍କର ଗ୍ଭଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଗ୍ଭଲୁଣି ଓ କୁଲାରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ। 25 ଯେଉଁଦିନ ଗଣହତ୍ୟା ହେବ ଓ ଦୁର୍ଗସବୁ ପତିତ ହେବ। ସେହି ଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କରେ ଝରଣା ଓ ଜଳସ୍ରୋତ ପ୍ରବାହିତ ହେବ।

26 ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସେହି ଦିନ ଚନ୍ଦ୍ରର ଦୀପ୍ତି ସୂର୍ଯ୍ୟର ଦୀପ୍ତିପରି ଉଜ୍ଜ୍ୱଳ ହେବ। ପୁଣି ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତିତୁଲ୍ୟ ସାତଗୁଣ ଉଜ୍ଜ୍ୱଳ ଦେଖାଯିବ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 13:16-25

16 ତେଣୁ ପାଉଲ ଠିଆ ହୋଇ ହାତରେ ସଙ୍କେତ ଦେଲେ ଏବଂ କହିଲେ, “ହେ ଇସ୍ରାଏଲୀୟ ଲୋକମାନେ ପ୍ରକୃତ ଓ ପରମେଶ୍ୱରଙ୍କୁ ଉପାସନା କରିଥିବା ଅନ୍ୟଜାତୀୟମାନେ, ଅନୁଗ୍ରହ କରି ମୋ’ କଥା ଶୁଣ। 17 ଇସ୍ରାଏଲର ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ବାଛି ନେଲେ। ମିଶରରେ ବିଦେଶୀ ଭାବେ ସେମାନେ ରହୁଥିବା ବେଳେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ସଫଳତା ଦେଲେ। ସେ ତାହାଙ୍କ ମହାନ୍ ଶକ୍ତି ବଳରେ ସେଠାରୁ ସେମାନଙ୍କୁ ବାହାର ମଧ୍ୟ କରି ଆଣିଲେ। 18 ପରମେଶ୍ୱର ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ମରୁଭୂମିରେ ସେମାନଙ୍କର ଆଚରଣ ସହିଲେ। 19 ପରମେଶ୍ୱର କିଣାନ ଦେଶର ସାତ ଗୋଟି ଜାତିକୁ ନଷ୍ଟ କରି ସେହି ଗୁଡ଼ିକ ଇସ୍ରାଏଲୀୟମାନଙ୍କୁ ଦେଲେ। 20 ଏହିସବୁ ଦେଶ ଉତ୍ତରାଧିକାରୀ ଭାବରେ ଦେଲେ ଓ ଏହା 450 ବର୍ଷ ପର୍ଯ୍ୟନ୍ତ ସେମାନେ ଅଧିକାର କଲେ।

“ତା’ପରେ ସେ ସେମାନଙ୍କୁ ଭବିଷ୍ୟ‌ଦ୍‌ବକ୍ତା ଶାମୁୟେଲଙ୍କ ସମୟ ପର୍ଯ୍ୟନ୍ତ ବିଗ୍ଭର କର୍ତ୍ତାମାନଙ୍କୁ ଦେଲେ। 21 ଏହା ପରେ ସେମାନେ ଜଣେ ରାଜା ଗ୍ଭହିଁଲେ। ପରମେଶ୍ୱର ସେମାନଙ୍କୁ ବିନ୍ୟାମିନ ଗୋଷ୍ଠୀ କୀଶର ପୁତ୍ର ଶାଉଲଙ୍କୁ ରାଜାରୂପେ ଦେଲେ। ସେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ। 22 ଶାଉଳଙ୍କୁ ବାହାର କରି ଦେଲାପରେ ପରମେଶ୍ୱର ଦାଉଦଙ୍କୁ ସେମାନଙ୍କ ରାଜା ଭାବରେ ମନୋନୀତ କଲେ। ପରମେଶ୍ୱର ଦାଉଦଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ‘ମୁଁ ମୋର ମତ ଅନୁସାରେ ଯିଶିର ପୁତ୍ର ଦାଉଦଙ୍କୁ ପାଇଅଛି। ସେ ମୋ’ ଇଚ୍ଛା ଅନୁସାରେ ସବୁ ବିଷୟ କରିବେ।’

23 “ପରମେଶ୍ୱର ତାହାଙ୍କର ପ୍ରତିଜ୍ଞା ଅନୁଯାୟୀ ଏହି ଦାଉଦଙ୍କ ବଂଶର ଜଣଙ୍କୁ ଇସ୍ରାଏଲର ଉଦ୍ଧାରକର୍ତ୍ତା ଭାବରେ ଆଣିଅଛନ୍ତି, ସେ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ। 24 ତାହାଙ୍କ ଆସିବା ପୂର୍ବରୁ ଯୋହନ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ପ୍ରଗ୍ଭର କରି କହିଥିଲେ ଯେ, ସେମାନଙ୍କ ଜୀବନରେ ପରିବର୍ତ୍ତନ ହୋଇ ଥିବାର ଚିହ୍ନ ସ୍ୱରୁପ ସେମାନେ ବାପ୍ତିସ୍ମ ନେବା ଆବଶ୍ୟକ। 25 ଯୋହନ ତାହାଙ୍କ କାର୍ଯ୍ୟ ପୂର୍ଣ୍ଣ କରି କହିଲେ, ‘ମୋତେ ତୁମ୍ଭେମାନେ କିଏ ବୋଲି ଭାବୁଛ? ମୁଁ ଖ୍ରୀଷ୍ଟ ନୁହେଁ। ଯେ ମୋର ପରେ ଆସୁଛନ୍ତି, ତାହାଙ୍କର ଜୋତା ଫିତା ଫିଟେଇବା ପାଇଁ ମଧ୍ୟ ମୁଁ ଯୋଗ୍ୟ ନୁହେଁ।’

Odia Holy Bible: Easy-to-Read Version (ERV-OR)

2010 by World Bible Translation Center