Revised Common Lectionary (Semicontinuous)
ଶାନ୍ତିରାଜା ଅସୁଛନ୍ତି
11 ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା’ର ମୂଳରୁ ଶାଖା ବଢ଼ିବ, 2 ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ। 3 ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ।
ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ। 4-5 ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା’ର ଅଣ୍ଟାର ବଳୟ ସଦୃଶ ହେବ।
6 ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ। 7 ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତିରେ ବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶୋଇବେ। ସିଂହମାନେ ଗାଈପରି ନଡ଼ା ଖାଇବେ। ଏପରିକି ସର୍ପ ମଧ୍ୟ କାହାରିକୁ ଆଘାତ କରିବ ନାହିଁ। 8 ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ।
9 କୌଣସି ବ୍ୟକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମୋର ପବିତ୍ର ପର୍ବତରେ କୌଣସି ବ୍ୟକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷୟରେ ସେମାନଙ୍କ ପରିପୂର୍ଣ୍ଣ ଜ୍ଞାନ ହେବ। ସମୁଦ୍ର ଯେପରି ଜଳରେ ପରିପୂର୍ଣ୍ଣ ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
10 ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ।
ଶଲୋମନଙ୍କର ଗୀତ।
72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
2 ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
3 ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
4 ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
5 ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
6 ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
7 ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।
4 ଶାସ୍ତ୍ରରେ ଯେଉଁ କଥା ମାନ ଲେଖା ଅଛି, ସେଗୁଡ଼ିକ ଦ୍ୱାରା ଆମ୍ଭର ଧୈର୍ଯ୍ୟ ଓ ଶକ୍ତି ବଢ଼େ ଓ ଆମ୍ଭେ ଭରସା ଲାଭ କରୁ। 5 ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ। 6 ତା’ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ। 7 ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେମାନେ ପରସ୍ପରକୁ ଗ୍ରହଣ କର। 8 ଏହି କର୍ମ ପରମେଶ୍ୱରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ୱର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସେବକ ହେଲେ। 9 ଅଣଯିହୂଦୀ ଲୋକେ, ପରମେଶ୍ୱରଙ୍କ ଦ୍ୱାରା ପ୍ରଦତ୍ତ କରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ୟ ସେ ଏହା କଲେ। ଶାସ୍ତ୍ର କୁହେ:
“ସେଥିପାଇଁ ମୁଁ ଅଣଯିହୂଦୀ ଲୋକଙ୍କ ଭିତରେ ତୁମ୍ଭକୁ ଧନ୍ୟବାଦ ଜଣାଇବି,
ଓ ତୁମ୍ଭ ନାମର ମହିମା ଗାନ କରିବି।” (A)
10 ଶାସ୍ତ୍ର ଏ ଭଳି ମଧ୍ୟ କୁହେ,
“ତୁମ୍ଭେ ଅଣଯିହୂଦୀମାନେ, ପରମେଶ୍ୱରଙ୍କର ବଛା ହୋଇଥିବା ଲୋକଙ୍କ ସହିତ ପ୍ରସନ୍ନ ରହିବା ଉଚିତ୍।” (B)
11 ଶାସ୍ତ୍ର ଏ ଭଳି ମଧ୍ୟ କୁହେ,
“ତୁମ୍ଭେ ଅଣଯିହୂଦୀମାନେ ପ୍ରଭୁଙ୍କର ପ୍ରଶଂସା ଗାନ କର,
ସମସ୍ତ ଲୋକେ ମଧ୍ୟ ପ୍ରଭୁଙ୍କର ପ୍ରଶଂସା କରିବା ଉଚିତ୍।” (C)
12 ଯିଶାଇୟ ମଧ୍ୟ କୁହନ୍ତି,
“ଯିଶୟ [a]ଙ୍କ ବଂଶରୁ ଜଣେ ପ୍ରକାଶିତ ହେବ।
ସେହି ଲୋକ ଅଣଯିହୂଦୀମାନଙ୍କ ଉପରେ ଶାସନ କରିବେ,
ଓ ଅଣଯିହୂଦୀମାନେ ସେହି ଲୋକ ପାଇଁ ଭରସା ଲାଭ କରିବେ।” (D)
13 ମୁଁ ସମସ୍ତ ଭରସାର ସ୍ରୋତ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ୱାସ କାରଣରୁ ତୁମ୍ଭ ଜୀବନରେ ସମ୍ପୂର୍ଣ୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା’ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ରଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନରେ ଝରିବ।
ବାପ୍ତିଜକ ଯୋହନଙ୍କ କାର୍ଯ୍ୟ(A)
3 ସେହି ସମୟରେ ବାପ୍ତିଜକ ଯୋହନ ଆସି ଯିହୂଦା ପ୍ରଦେଶର ପ୍ରାନ୍ତର ମଧ୍ୟରେ ଘୋଷଣା କରି କହିବାକୁ ଲାଗିଲେ 2 “ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ଶୀଘ୍ର ଆସୁଅଛି।” 3 ସେହି ଯୋହନଙ୍କ ବିଷୟରେ ଭବିଷ୍ୟଦ୍ବକ୍ତା ଯିଶାଇୟ କହୁଥିଲେ,
“ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର:
‘ପ୍ରଭୁଙ୍କର ପଥ ପ୍ରସ୍ତୁତ କର,
ତାହାଙ୍କ ରାଜପଥ ସଳଖ କର।’”(B)
4 ଯୋହନଙ୍କ ବସ୍ତ୍ର ଓଟ ଲୋମରେ ତିଆରି ହୋଇଥିଲା, ସେ ଅଣ୍ଟାରେ ଚମଡ଼ା ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା। 5 ସେ ସମୟରେ ଯିରୁଶାଲମ, ସମଗ୍ର ଯିହୂଦା ରାଜ୍ୟ ଓ ଯର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳରେ ଥିବା ଲୋକ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ। 6 ସେମାନେ ନିଜ ନିଜ ପାପ ସ୍ୱୀକାର କଲେ। ଯୋହନ ଯର୍ଦ୍ଦନ ନଦୀରେ ସେମାନଙ୍କୁ ବାପ୍ତିସ୍ମ ଦେଲେ।
7 ଅନେକ ଫାରୂଶୀ ଓ ସାଦ୍ଦୂକୀମାନେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସେମାନଙ୍କୁ ଦେଖି ଯୋହନ କହିଲେ, “ହେ କାଳସର୍ପଗଣ! ତୁମ୍ଭେ ପ୍ରଭୁଙ୍କ ଆଗାମୀ କ୍ରୋଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚେତାବନୀ ଦେଲେ? 8 ତୁମ୍ଭକୁ ନିଜର କାର୍ଯ୍ୟ ଦ୍ୱାରା ପ୍ରକାଶ କରିବାକୁ ହେବ ଯେ, ତୁମ୍ଭେ ବାସ୍ତବରେ ମନ ପରିର୍ତ୍ତନ କରିଅଛ। 9 ତୁମ୍ଭେମାନେ ନିଜକୁ ଅବ୍ରହାମଙ୍କ ସନ୍ତାନ ବୋଲି କହିଦେଲେ ଯେ ଯଥେଷ୍ଟ ହୋଇଗଲା, ସେ କଥା କେବେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରି ପାରିବେ। 10 ଗଛର ମୂଳ ଉପରେ କୁହ୍ରାଡ଼ି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାନ୍ତି, ସେଗୁଡ଼ିକୁ କାଟି ନିଆଁରେ ପକେଇ ଦିଆଯିବ।
11 “ତୁମ୍ଭେମାନେ ମନ ପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳରେ ବାପ୍ତିସ୍ମ ଦେଉଛି, କିନ୍ତୁ ମୋ’ପରେ ଯେ ଆସୁଛନ୍ତି, ସେ ମୋ’ଠାରୁ ମହାନ। ମୁଁ ତ ତାହାଙ୍କର ଜୋତା ବୋହି ନେବାକୁ ମଧ୍ୟ ଯୋଗ୍ୟ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। 12 ତାହାଙ୍କ ହାତରେ କୁଲା ଅଛି। ସେଥିରେ ସେ ଶସ୍ୟ ସବୁରୁ ଅଗାଡ଼ି ତକ ଅଲଗା କରିଦେବେ। ସେ ତାହାଙ୍କ ଖଳାରୁ ପରିଷ୍କାର ହୋଇଥିବା ଶସ୍ୟତକ ଏକାଠି କରିନେଇ ଅମାର ଭିତରେ ରଖି ଦେବେ ଓ ଅଗାଡ଼ି, କାଠି-କୁଟାତକ ନିଆଁରେ ପକେଇ ଦେବେ। ସେ ନିଆଁ କେବେ ହେଲେ ଲିଭିବ ନାହିଁ।”
2010 by World Bible Translation Center