Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
21 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ।
ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
2 ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର।
ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା’ର ସକଳ ଇଚ୍ଛା ପୂରଣ କଲ।
3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ।
ତୁମ୍ଭେ ତା’ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।
4 ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ।
ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।
5 ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ।
ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?
6 ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ।
ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା’ର ଆନନ୍ଦ ଆହୁରି ବଢ଼ିଯାଏ।
7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ।
ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।
8 ହେ ପରମେଶ୍ୱର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ।
ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି,
ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।
9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ,
ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ,
ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ
ସେମାନଙ୍କୁ ଧ୍ୱଂସ କରିବେ।
10 ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ
ସେମାନଙ୍କର ବଂଶ ଲୋପ କରିବ।
11 କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ।
ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।
12 ହେ ସଦାପ୍ରଭୁ, ତୁମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ଦାସ କରିଛ।
ସେମାନଙ୍କୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ।
ତୁମ୍ଭେ ରଶିରେ ସେମାନଙ୍କର ବେକକୁ ଫାଶ କରି ବସାଇ ଦେଇଛ।
ତୁମ୍ଭେ ସେମାନଙ୍କୁ ଦାସ କରି ରଖିବାକୁ ବାଧ୍ୟ କରିଛ।
13 ହେ ସଦାପ୍ରଭୁ, ତୁମ୍ଭର ଶକ୍ତିର ବିଜୟ ଗୀତ ଗ୍ଭରିଆଡ଼େ ଗୁଞ୍ଜରିତ ହେଉ।
ଆମ୍ଭେ ସେହି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଗ୍ଭରିଆଡ଼େ ପ୍ରଗ୍ଭର କରିବୁ।
ପରମେଶ୍ୱରଙ୍କର ଅବ୍ରାମଙ୍କ ସହିତ ଚୁକ୍ତି
15 ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି, “ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।”
2 କିନ୍ତୁ ଅବ୍ରାମ କହିଲେ, “ସଦାପ୍ରଭୁ ପରମେଶ୍ୱର, ମୋତେ ପୁରସ୍କାର ଦେଇ କ’ଣ ଭଲ ହେବ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମେସକର ମୋର ମୁଖ୍ୟ ସେବକ ଇଲିୟେଜର ମୋର ସମ୍ପତ୍ତି ଅଧିକାର କରିବ।” 3 ପୁଣି ଅବ୍ରାମ କହିଲେ, “ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ। ସେଥିପାଇଁ ମୋ’ ଗୃହର ଜଣେ ସଦସ୍ୟ ମୋର ଉତ୍ତରାଧିକାରୀ ହେବ।”
4 ତା’ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
5 ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”
6 ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ୱାସ କଲେ ଏବଂ ପରମେଶ୍ୱର ତାଙ୍କର ବିଶ୍ୱାସକୁ ଧାର୍ମିକତାର କାର୍ଯ୍ୟ ବୋଲି ବିବେଚନା କଲେ। 7 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।”
8 କିନ୍ତୁ ଅବ୍ରାମ କହିଲେ, “ହେ ସଦାପ୍ରଭୁ, ମୋର ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”
9 ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେ ଏକ ତିନି ବର୍ଷର ବାଛୁରି, ଗୋଟିଏ ତିନି ବର୍ଷର ମାଇ ଛେଳି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ଯୁବା କପୋତ ମୋ’ ନିକଟକୁ ଆଣ।”
10 ସେ ସବୁକୁ ସେ ପରମେଶ୍ୱରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସେଗୁଡ଼ିକ ଦୁଇ ଧାଡ଼ିରେ ରଖି ପ୍ରତ୍ୟେକ ଅଧାର ଉପରେ ଆଉ ଅଧା ଯୁକ୍ତ ଚିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। 11 ଏହା ପରେ, ଅନ୍ୟ ବନ୍ୟ ପକ୍ଷୀ ସେହି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସେମାନଙ୍କୁ ଘଉଡ଼ାଇ ଦେଲେ।
12 ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ। 13 ତା’ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଏ ବିଷୟରେ ନିଶ୍ଚିତ ହୋଇ ପାରିବ, ତୁମ୍ଭର ବଂଶଧର ବିଦେଶରେ ପ୍ରବାସୀ ହେବେ ଏବଂ କ୍ରୀତଦାସ ହେବେ ଏବଂ 400 ବର୍ଷ ପର୍ଯ୍ୟନ୍ତ କ୍ଳେଶ ଭୋଗ କରିବେ। 14 କିନ୍ତୁ ଯେଉଁ ଜାତିମାନେ ସେମାନଙ୍କୁ କ୍ରୀତଦାସ କରିବେ ସେମାନଙ୍କର ମୁଁ ବିଗ୍ଭର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସେମାନେ ସ୍ୱାଧୀନ ହେବେ।
15 “ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତିରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହେବ ଏବଂ ତୁମ୍ଭେ ବହୁତ ବୃଦ୍ଧ ବୟସରେ କବର ପ୍ରାପ୍ତ ହେବ। 16 ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଫେରିବେ। କାରଣ ଯେଉଁ ଇମୋରୀୟମାନେ ଏଠାରେ ବାସ କରନ୍ତି, ସେମାନଙ୍କର ପାପ ଏପର୍ଯ୍ୟନ୍ତ ଶେଷ ହୋଇ ନାହିଁ।”
17 ସୂର୍ଯ୍ୟାସ୍ତ ପରେ, ଯେତେବେଳେ ଏହା ଘୋର ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ୱଳନ୍ତ ମଶାଲ ହଠାତ୍ ଦେଖାଗଲା ଏବଂ ତାହା ଦୁଇ ଧାଡ଼ିରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ୟଦେଇ ଗଲା।
18 ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି।
କର୍ମ ହିଁ ବ୍ୟକ୍ତିର ପରିଚୟ ଦିଏ(A)
33 “ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ୱାରା ଗଛଟିକୁ ଚିହ୍ନି ହୁଏ। 34 ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ। 35 ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା’ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ। 36 କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରତ୍ୟେକ ଶବ୍ଦପାଇଁ ବିଗ୍ଭର ଦିନରେ ସେମାନଙ୍କୁ ଉତ୍ତର ଦେବାକୁ ହେବ। 37 ଅତଏବ ଯେଉଁସବୁ କଥା ତୁମ୍ଭେ କହିଥିବ, ତା ଅନୁସାରେ ତୁମ୍ଭକୁ ଦୋଷୀ ବା ତୁମ୍ଭକୁ ନିର୍ଦ୍ଦୋଷୀ ବୋଲି ବିଗ୍ଭର କରାଯିବ।”
2010 by World Bible Translation Center