Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 146:5-10

କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
    ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
    ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
    ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
    ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
    ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
    ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
    ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
    ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।

ସଦାପ୍ରଭୁଙ୍କର ପ୍ରଶଂସା କର।

ଋତର ବିବରଣ ପୁସ୍ତକ 1:6-18

ନୟମୀ ତା’ର ଗୃହକୁ ଫେରି ଗଲା

ଯେତେବେଳେ ନୟମୀ ମୋୟାବର ପର୍ବତମୟ ଦେଶରେ ବାସ କରୁଥିଲା, ସେ ଜାଣିବାକୁ ପାଇଲା ଯେ, ପରମେଶ୍ୱର ତାଙ୍କର ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି। ସେ ଯିହୁଦାର ଲୋକମାନଙ୍କୁ ଖାଦ୍ୟ ଦେଉଛନ୍ତି। ତେଣୁ ସେ ମୋୟାବ ଦେଶ ଛାଡ଼ି ନିଜ ଦେଶକୁ ଫେରିଯିବା ପାଇଁ ନିଷ୍ପତ୍ତି ନେଲା। ତା’ର ପୁତ୍ରବଧୂମାନେ ମଧ୍ୟ ତା’ ସହିତ ଯିବା ପାଇଁ ନିଷ୍ପତ୍ତି ନେଲେ। ତେଣୁ ସେ ତା’ର ପୁତ୍ର ବଧୂମାନଙ୍କୁ ଧରି ତା’ର ବାସସ୍ଥାନ ଛାଡ଼ି ଯିହୁଦାକୁ ଗ୍ଭଲି ଆସିଲା।

ଏହା ପରେ ନୟମୀ ତା’ର ପୁତ୍ରବଧୂମାନଙ୍କୁ କହିଲା, “ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତୁମ୍ଭମାନଙ୍କର ମା’ ପାଖକୁ ଫେରିଯାଅ। ତୁମ୍ଭେମାନେ ତୁମ୍ଭମାନଙ୍କର ସ୍ୱାମୀମାନଙ୍କ ପ୍ରତି, ଯେଉଁମାନେ କି ବର୍ତ୍ତମାନ ମୃତ ଓ ମୋ’ ପ୍ରତି ଦୟା ଦେଖାଇଛ। ତେଣୁ ମୁଁ ପ୍ରାର୍ଥନା କରେ ଯେ, ସଦାପ୍ରଭୁ ତୁମ୍ଭଙ୍କୁ ଉତ୍ତମତା ଓ ଦୟା ଦେଖାଇବେ। ମୁଁ ପ୍ରାର୍ଥନା କରୁଛି ଯେ, ସଦାପ୍ରଭୁ ତୁମ୍ଭ ପ୍ରତ୍ୟେକଙ୍କୁ ନୂତନ ସ୍ୱାମୀ ଏବଂ ସୁରକ୍ଷିତ ଘର ଦିଅନ୍ତୁ।” ନୟମୀ ତା’ର ପୁତ୍ରବଧୂମାନଙ୍କୁ ଚୁମ୍ବନ ଦେଲା ଓ ସେମାନେ ସମସ୍ତେ କ୍ରନ୍ଦନ କଲେ।

10 କିନ୍ତୁ ପୁତ୍ରବଧୂମାନେ କହିଲେ, “ଆମ୍ଭେମାନେ ତୁମ୍ଭ ସହିତ ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କ ନିକଟକୁ ଯିବାକୁ ଗ୍ଭହୁଁ।”

11 କିନ୍ତୁ ନୟମୀ କହିଲେ, “ନା, ମୋର କନ୍ୟାଗଣ, ତୁମ୍ଭେ ତୁମ୍ଭର ସ୍ୱଗୃହକୁ ଫେରିଯାଅ। ତୁମ୍ଭେମାନେ ଆଉ କାହିଁକି ମୋ’ ସହିତ ଯିବ? ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ତ ଗର୍ଭରେ ଆଉ ସନ୍ତାନ ନାହାନ୍ତି, ଯେଉଁମାନେ କି ତୁମ୍ଭର ସ୍ୱାମୀ ହୋଇ ଥା’ନ୍ତେ। 12 ତୁମ୍ଭେ କ’ଣ ସ୍ୱସ୍ଥାନକୁ ଯିବ ନାହିଁ? ମୁଁ ଅତ୍ୟଧିକ ବୟସ୍କା ବିବାହ କରିବା ପାଇଁ ଏବଂ ଏକ ନୂଆ ସ୍ୱାମୀ ପାଇବାକୁ। ତଥାପି ଯଦି ପୁନର୍ବାର ବିବାହ କରିବା ପାଇଁ ଯଦି ଆଶା କରେ, ତଥାପି ଯଦି ମୋର ଗୋଟିଏ ସ୍ୱାମୀ ଆଜି ରାତ୍ରିରେ ଥିଲା, ଏବଂ ମୁଁ ଗର୍ଭବତୀ ହୁଏଁ ଏବଂ ଦୁଇଟି ସନ୍ତାନ ଜନ୍ମ ଦିଏ, ଏହାବି ତୁମ୍ଭ ପାଇଁ କୌଣସି ସାହାଯ୍ୟ ହେବ କି? 13 ସେମାନେ ବଡ଼ ହେବା ପର୍ଯ୍ୟନ୍ତ ତୁମ୍ଭେ କ’ଣ ଅପେକ୍ଷା କରିବ ଏବଂ ଯଥେଷ୍ଟ ବୟଷ୍କ ବିବାହ କରିବା ନିମନ୍ତେ? ତୁମ୍ଭେ ଯେତେବେଳେ ସେମାନଙ୍କୁ ଅପେକ୍ଷା କରିବ। ତୁମ୍ଭେ ନିଜକୁ ଅନ୍ୟ ସ୍ୱାମୀମାନଙ୍କଠାରୁ ବିବାହ କରିବାଠାରୁ ଦୂରେଇ ରଖି ପାରିବ କି? ନା, ମୋର କନ୍ୟାଗଣ, ମୁଁ ତୁମ୍ଭମାନଙ୍କ ପାଇଁ ଖରାପ ଅନୁଭବ କରୁଛି, କାରଣ ଏହା ଜଣାଯାଏ ଯେ, ସଦାପ୍ରଭୁ ମୋ’ ବିରୁଦ୍ଧରେ ଅଛନ୍ତି।”

14 ଏଣୁ ସେହି ସ୍ତ୍ରୀଲୋକମାନେ ପୁଣି ରୋଦନ କଲେ। ଏହା ପରେ ଅର୍ପା ତା’ର ଶାଶୁକୁ ଚୁମ୍ବନ ଦେଲା ଓ ଗ୍ଭଲିଗଲା। କିନ୍ତୁ ଋତ ତାଙ୍କୁ ଧରି ରହିଲା।

15 ନୟମୀ କହିଲା, “ଦେଖ, ତୁମ୍ଭର ଯାଆ ତା’ର ନିଜର ଲୋକମାନଙ୍କ ନିକଟକୁ ପୁଣି ଆପଣା ଦେବତାମାନଙ୍କ ନିକଟକୁ ଫେରିଗଲେ। ତୁମ୍ଭେ ମଧ୍ୟ ସେହିପରି କରିବା ଉଚିତ୍।”

16 କିନ୍ତୁ ଋତ କହିଲେ, “ଦୟାକରି ତୁମ୍ଭକୁ ଛାଡ଼ି ଯିବା ପାଇଁ ମୋତେ ବାଧ୍ୟ କର ନାହିଁ। ମୋର ସ୍ୱଗୃହକୁ ଫେରିଯିବା ପାଇଁ ମୋତେ କୁହ ନାହିଁ। ମୋତେ ତୁମ୍ଭ ସହିତ ଯିବାକୁ ଦିଅ। ତୁମ୍ଭେ ଯୁଆଡ଼େ ଯିବ, ମୁଁ ସେହିଆଡ଼େ ଯିବି। ତୁମ୍ଭେ ଯେଉଁଠାରେ ରହିବ ମୁଁ ସେହିଠାରେ ରହିବି। ତୁମ୍ଭର ଲୋକ ହିଁ ମୋର ଲୋକ, ତୁମ୍ଭର ସଦାପ୍ରଭୁ ହିଁ ମୋର ସଦାପ୍ରଭୁ ହେବେ। 17 ତୁମ୍ଭେ ଯେଉଁଠାରେ ମରିବ ଓ କବର ନେବ ମୁଁ ସେହିଠାରେ ମରିବି ଓ କବର ନେବି। କେବଳ ମୃତ୍ୟୁଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡରୁ ମଧ୍ୟ ତହିଁରୁ ଅଧିକ ମୋତେ ଦିଅନ୍ତୁ।”

ଗୃହକୁ ଆସିଲେ

18 ନୟମୀ ଦେଖିଲେ ଯେ ଋତ ତାଙ୍କ ସହିତ ଯିବା ପାଇଁ ସଂକଳ୍ପବଦ୍ଧ ଥିଲେ। ତେଣୁ ନୟମୀ ତାଙ୍କ ସହିତ ଯୁକ୍ତି ବନ୍ଦ କଲେ।

ପିତରଙ୍କ ଦ୍ୱିତୀୟ ପତ୍ର 3:1-10

ଯୀଶୁ ପୁନର୍ବାର ଆସିବେ

ମୋ’ ମିତ୍ରଗଣ, ଏହି ଦ୍ୱିତୀୟ ପତ୍ର ମୁଁ ତୁମ୍ଭକୁ ଲେଖୁଅଛି। ତୁମ୍ଭକୁ କେତେଗୁଡ଼ିଏ ବିଷୟ ମନେ ପକାଇ ଦେବା ଲାଗି ମୁଁ ଦୁଇଟି ପତ୍ର ଲେଖିଛି। ପବିତ୍ର ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ଅତୀତରେ ଯାହାକିଛି କହି ଯାଇଛନ୍ତି ମୁଁ ଗ୍ଭହେଁ ଯେ, ସେଗୁଡ଼ିକୁ ତୁମ୍ଭେମାନେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦେଇଛନ୍ତି, ସେଗୁଡ଼ିକୁ ମଧ୍ୟ ମନେ ପକାଅ। ତୁମ୍ଭମାନଙ୍କ ପ୍ରେରିତମାନଙ୍କ ମାଧ୍ୟମରେ ସେ ଆମ୍ଭକୁ ଏହି ଆଜ୍ଞା ଦେଇଥିଲେ।

ପ୍ରଥମେ, ଶେଷ ଦିନଗୁଡ଼ିକରେ କ’ଣ କ’ଣ ଘଟିବ, ସେଗୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସେମାନେ ନିଜ ଇଚ୍ଛାରେ ମନ୍ଦ କାର୍ଯ୍ୟ କରି ଜୀବନଧାରଣ କରିବେ। ସେମାନେ କହିବେ, “ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବେଳୁ ସେହିପରି ଭାବରେ ଗ୍ଭଲିଛି।”

ସୁଦୂର ଅତୀତରେ କ’ଣ ଘଟିଥିଲା, ସେମାନେ ତାହା ମନେ ପକାଇବା ପାଇଁ ଇଚ୍ଛା କରନ୍ତି ନାହିଁ। ଆକାଶମଣ୍ଡଳ ଥିଲା, ପରମେଶ୍ୱର ପାଣିରୁ ଓ ପାଣି ଦ୍ୱାରା ଜଗତକୁ ସୃଷ୍ଟି କଲେ। ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଏହା ସାଧିତ ହେଲା। ତାହା ପରେ ସେହି ସଂସାର ପ୍ରଳୟକାରୀ ବନ୍ୟା ଜଳ ଦ୍ୱାରା ନଷ୍ଟ ହୋଇଗଲା। ମାତ୍ର ପରମେଶ୍ୱରଙ୍କ ସେହି ବାକ୍ୟ ଦ୍ୱାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ୱାରା ବିନଷ୍ଟ ହେବା ନିମନ୍ତେ ରକ୍ଷିତ ଅଛି। ପରମେଶ୍ୱରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହେବା ନିମନ୍ତେ ବିଗ୍ଭର ଦିନ ପର୍ଯ୍ୟନ୍ତ ସୁରକ୍ଷିତ ଥିବେ।

ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ। ଯଦିଓ କିଛି ଲୋକେ ଏହାକୁ ଡେରି ବୋଲି ଭାବୁଛନ୍ତି, ତଥାପି ପରମେଶ୍ୱର ନିଜ ପ୍ରତିଜ୍ଞା ପୂରଣ କରିବାରେ ଡେରି କରିବେ ନାହିଁ। ବରଂ ପରମେଶ୍ୱର ତୁମ୍ଭ ପ୍ରତି ଧୈର୍ଯ୍ୟବାନ ହେଉଛନ୍ତି। ପରମେଶ୍ୱର କୌଣସି ଲୋକ ନଷ୍ଟ ହେଉ ବୋଲି ଗ୍ଭହାନ୍ତି ନାହିଁ। ପରମେଶ୍ୱର ଗ୍ଭହାନ୍ତି ଯେ ପ୍ରତ୍ୟେକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।

10 କିନ୍ତୁ ଗ୍ଭେର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରତ୍ୟେକଙ୍କୁ ଆଶ୍ଚର୍ଯ୍ୟ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ୟ ହୋଇଯିବ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନିରେ ଧ୍ୱଂସ ହୋଇଯିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳିଯିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center