Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 35

ପରମେଶ୍ୱର ତାଙ୍କର ସନ୍ତାନଗଣଙ୍କୁ ସୁଖ ପ୍ରଦାନ କରନ୍ତି

35 ଶୁଷ୍କ ମରୁଭୂମି ଆନନ୍ଦିତ ହେବ। ପୁଣି ମରୁଭୂମି ଉଲ୍ଲାସିତ ହୋଇ ପୁଷ୍ପତୁଲ୍ୟ ପ୍ରଫୁଲିତ ହେବ। ତା’ର ଅପାର ଆନନ୍ଦ ଉଲ୍ଲାସ ନୃତ୍ୟ ଓ ଗାନ ମାଧ୍ୟମରେ ପ୍ରଦର୍ଶନ କରିବ। ଲିବାନୋ‌ନ୍‌ର ପରାକ୍ରମ, କର୍ମିଲ ଓ ଶାରୋଣର ଶୋଭା ସେ ପ୍ରାପ୍ତ ହେବ। ଏସବୁ ଘଟିବ, କାରଣ ସେମାନେ ସଦାପ୍ରଭୁଙ୍କର ମହିମା ଏବଂ ସେମାନେ ପରମେଶ୍ୱରଙ୍କ ଶୋଭା ଦେଖିବେ।

ତୁମ୍ଭେମାନେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର। ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦେଇ କୁହ, “ସାହସୀ ହୁଅ, ଭୟ କର ନାହିଁ।” ଦେଖ, ତୁମ୍ଭର ପରମେଶ୍ୱର ବିପକ୍ଷମାନଙ୍କ ଉପରେ ପ୍ରତିଶୋଧ ନେବାକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ। ସେତେବେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହୋଇ ଦେଖି ପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣରେ ଶ୍ରବଣ କରିବେ। ଖଞ୍ଜଲୋକ ହରିଣ ତୁଲ୍ୟ ନିଆଁ ମାରିବ ଓ ମୂକ ଆନନ୍ଦରେ ଗାନ କରିବ। କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ଝରଣାର ସ୍ରୋତ ବାହାରିବ। ମରିଚିକା ଜଳାଶୟ ହେବ। ଶୁଷ୍କ ମରୁଭୂମି ନିର୍ଝରମୟ ହେବ। ଶୃଗାଳମାନଙ୍କ ବାସ ସ୍ଥାନରେ ନଳ ଓ ତଣ୍ଡିବଣ ଜନ୍ମିବ।

ପୁଣି ସେତେବେଳେ ସେଠାରେ ରାଜଦଣ୍ଡ ଓ ପଥ ହେବ ଯାହାକି “ପବିତ୍ରତାର ପଥ” ବୋଲି ବିଖ୍ୟାତ ହେବ। ତାହା ଉପରେ କେବଳ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଗ୍ଭରୀ ଓ ଅଜ୍ଞାନୀମାନେ ସେ ପଥରେ ଯିବେ ନାହିଁ। ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦେବାକୁ ସେଠାରେ ନ ଥିବେ। ସେମାନେ ସେଠାରେ ଦେଖାଯିବେ ନାହିଁ। କେବଳ ମୁକ୍ତିପ୍ରାପ୍ତ ଲୋକମାନେ ତା’ଉପରେ ବିଚରଣ କରିବେ।

10 ପୁଣି ପରମେଶ୍ୱରଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ। ସେମାନେ ଆନନ୍ଦରେ ଗାନ କରି କରି ସିୟୋନରେ ଉପସ୍ଥିତ ହେବେ। ଚିରନ୍ତନ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।

ଗୀତସଂହିତା 146:5-10

କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
    ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
    ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
    ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
    ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
    ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
    ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
    ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
    ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।

ସଦାପ୍ରଭୁଙ୍କର ପ୍ରଶଂସା କର।

ଲୂକ ଲିଖିତ ସୁସମାଗ୍ଭର 1:46-55

ମରିୟମ ପରମେଶ୍ୱରଙ୍କ ସ୍ତୁତି କଲେ

46 ତା’ପରେ ମରିୟମ କହିଲେ,

“ମୋର ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି।
47     ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା।
48 ମୋର କିଛି ମହତ୍ତ୍ୱ ନାହିଁ,
    କିନ୍ତୁ ପରମେଶ୍ୱର ମୋ’ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ।
ଆଜିଠାରୁ ସମସ୍ତେ ମୋତେ ଧନ୍ୟ କହିବେ।
49 କାରଣ ସର୍ବଶକ୍ତିମାନ ପରମେଶ୍ୱର ମୋ’ ପାଇଁ ମହାନ୍ କାର୍ଯ୍ୟ ସବୁ କରିଛନ୍ତି।
    ତାହାଙ୍କର ନାମ ପବିତ୍ର ହେଉ।
50 ଯେଉଁମାନେ ତାହାଙ୍କର ଉପାସନା କରନ୍ତି,
    ସେ ସେମାନଙ୍କୁ ସଦାସର୍ବଦା ଦୟା କରନ୍ତି।
51 ସେ ତାହାଙ୍କର ବାହୁର ଶକ୍ତି ଦେଖାଇଛନ୍ତି।
    ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସେମାନଙ୍କର ସମସ୍ତ ଯୋଜନା ଧ୍ୱଂସ କରିଦେଲେ।
52 ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ
    ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।
53 ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦେଇ ତୃପ୍ତ କଲେ,
    କିନ୍ତୁ ଧନୀ ଓ ସ୍ୱାର୍ଥପର ଲୋକଙ୍କୁ ଖାଲି ହାତରେ ଫେରାଇଦେଲେ।
54 ତାହାଙ୍କର ସେବା କରିବା ପାଇଁ ସେ ନିଜେ ବାଛିଥିବା ଇସ୍ରାଏଲର ଲୋକମାନଙ୍କୁ ସାହାଯ୍ୟ କଲେ।
    ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।
55 ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦେଖାଇବା ପାଇଁ ଦେଇଥିବା,
    ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।”

ଯାକୁବଙ୍କ ପତ୍ର 5:7-10

ଧୈର୍ଯ୍ୟବାନ ହୁଅ

ଭାଇ ଓ ଭଉଣୀମାନେ, ଧୈର୍ଯ୍ୟ ରଖ, ପ୍ରଭୁ ଯୀଶୁ ଆସିବେ। ସେହି ସମୟ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଗ୍ଭଷୀ ଯେପରି ନିଜ କ୍ଷେତର ମୂଲ୍ୟବାନ ଶସ୍ୟ ବଢ଼ି ଉଠିବାକୁ ଧୈର୍ଯ୍ୟର ସହିତ ଆଶାରଖି, ଆରମ୍ଭ ଓ ଶେଷ ବର୍ଷା ପଡ଼ିବା ପର୍ଯ୍ୟନ୍ତ ଧୈର୍ଯ୍ୟର ସହିତ ଅପେକ୍ଷା କରେ, ତୁମ୍ଭେମାନେ ସେହିଭଳି ଧୈର୍ଯ୍ୟଶୀଳ ହେବା ଉଚିତ୍। ନିଜର ଆଶା ଛାଡ଼ିଦିଅ ନାହିଁ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି। ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଗ୍ଭରିତ ହେବ। ବିଗ୍ଭରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।

10 ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସେମାନେ ଅନେକ ଯାତନା ସହି ଥିଲେ ହେଁ ଧୈର୍ଯ୍ୟବାନ ଥିଲେ।

ମାଥିଉ ଲିଖିତ ସୁସମାଗ୍ଭର 11:2-11

ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସେହି ବ୍ୟକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?”

ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ। ଅନ୍ଧ ତା’ର ଦୃଷ୍ଟିଶକ୍ତି ଫେରି ପାଆନ୍ତି । ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଧନ୍ୟ।”

ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ? [a] ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ। ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ କୌଣସି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ମଧ୍ୟ ଆହୁରି ବଡ଼। 10 ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଅଛି:

‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଜଣେ ଦୂତଙ୍କୁ ପଠାଉଛି।
    ସେ ତୁମ୍ଭ ପାଇଁ ରାସ୍ତା ପ୍ରସ୍ତୁତ କରିବେ।’ (A)

11 “ମୁଁ ତୁମ୍ଭକୁ ସତ୍ୟ କହୁଛି, ବାପ୍ତିସ୍ମ ଦେଉଥିବା ଯୋହନଙ୍କଠାରୁ ମହାନ୍ ବ୍ୟକ୍ତି ଆଉ କେହିହେଲେ ଜନ୍ମ ହୋଇ ନାହାନ୍ତି। କିନ୍ତୁ ସ୍ୱର୍ଗରାଜ୍ୟରେ ଯେ ସବୁଠାରୁ ଛୋଟ, ସେ ଯୋହନଙ୍କଠାରୁ ମଧ୍ୟ ଶ୍ରେଷ୍ଠ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center