Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 42

ଦ୍ୱିତୀୟ ଖଣ୍ଡ

(ଗୀତସଂହିତା 42-72)

ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ।

42 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ
    ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ।
    ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି।
    ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?”
    ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।

ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ,
    ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି।
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ
    ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

ହେ ମୋର ପ୍ରାଣ କାହିଁକି ମୁଁ ଏତେ ବ୍ୟାକୁଳ?
    “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି।
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।
ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି।
    ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ ।
    ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ,
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ।
    ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।

ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି।
    ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର।
    ମୁଁ କହେ, “ହେ ସଦାପ୍ରଭୁ କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ?
    କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି,
    ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”

11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ?
    କାହିଁକି ମୁଁ ଏତେ ଅସ୍ଥିର ହେଉଅଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି
    ଓ ସେ ମୋତେ ଉଦ୍ଧାର କରିବେ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 29:17-24

ସୁସମୟ ଆସୁଛି

17 ଏହା ସତ୍ୟ ଯେ, ଅତି ଅଳ୍ପ ସମୟ ପରେ ଲିବାନୋନ ଫଳପୂର୍ଣ୍ଣ କ୍ଷେତ୍ରରେ ପରିଣତ ହେବ ଓ ଫଳବତୀ କ୍ଷେତ୍ର ଅରଣ୍ୟରେ ପରିଣତ ହେବ। 18 ପୁଣି ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧ୍ୟରେ ଅନ୍ଧ ଦେଖିବ। 19 ସଦାପ୍ରଭୁଙ୍କଠାରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମ ସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।

20 ନିଷ୍ଠୁର ଲୋକ ଦଣ୍ଡ ଭୋଗିବେ। ନିନ୍ଦୁକମାନେ ଶାନ୍ତ ହୋଇଛନ୍ତି ଓ ଅଧର୍ମକାର୍ଯ୍ୟ କରୁଥିବା ବ୍ୟକ୍ତି ଧ୍ୱଂସ ହୋଇଛନ୍ତି। 21 ସେମାନେ କଥାରେ ଉତ୍ତମ ଲୋକଙ୍କୁ ଦୋଷୀ କରନ୍ତି। ନଗର ଦ୍ୱାରରେ ଦୋଷଯୁକ୍ତ କରିବାକୁ ଫାନ୍ଦ ବସାନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।

22 ତେଣୁ ଅବ୍ରହାମଙ୍କର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କୁହନ୍ତି, “ହେ ଯାକୁବ, ତୁମ୍ଭେ ଏବେ ଲଜ୍ଜିତ ହେବ ନାହିଁ କିମ୍ବା ତୁମ୍ଭର ମୁଖ ମଳିନ କରିବ ନାହିଁ। 23 ସେମାନେ ଯେତେବେଳେ ମୋର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣଙ୍କୁ ନିଜ ମଧ୍ୟରେ ଦେଖିବେ ସେତେବେଳେ ସେମାନେ ମୋର ନାମକୁ ପବିତ୍ର ବୋଲି ମାନିବେ। ଆଉ ମଧ୍ୟ ଯାକୁବର ଧର୍ମସ୍ୱରୂପକୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ମାନ ଓ ଭକ୍ତି କରିବେ। 24 ବହୁ ମନ୍ଦ କର୍ମରେ ଳିପ୍ତ ଭ୍ରାନ୍ତମନାମାନେ ବୁଦ୍ଧିପ୍ରାପ୍ତ ହେବେ ଓ ଅଭିଯୋଗକାରୀ ତତ୍ତ୍ୱକଥା ଶିଖିବେ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 5:12-16

ପରମେଶ୍ୱରଙ୍କଠାରୁ ପ୍ରମାଣ

12 ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ। 13 ସେମାନଙ୍କ ସହିତ ଏକତ୍ର ଠିଆ ହେବା ପାଇଁ କେହିହେଲେ ସାହସ କଲେ ନାହିଁ। ସବୁଲୋକ ପ୍ରେରିତମାନଙ୍କର ଖୁବ୍ ପ୍ରଶଂସା କଲେ। 14 ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ୱାସ କଲେ। ସେମାନେ ବିଶ୍ୱାସୀଙ୍କ ଦଳରେ ସଂଯୁକ୍ତ ହେଲେ। 15 ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ। 16 ଯିରୁଶାଲମରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସେମାନଙ୍କ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ୱାରା ବ୍ୟତିବ୍ୟସ୍ତ ହେଉଥିଲେ, ସେମାନଙ୍କୁ ନେଇ ଆସୁଥିଲେ ଓ ସମସ୍ତେ ସୁସ୍ଥ ହୋଇ ଯାଉଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center