Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 42

ଦ୍ୱିତୀୟ ଖଣ୍ଡ

(ଗୀତସଂହିତା 42-72)

ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ।

42 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ
    ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ।
    ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି।
    ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?”
    ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।

ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ,
    ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି।
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ
    ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

ହେ ମୋର ପ୍ରାଣ କାହିଁକି ମୁଁ ଏତେ ବ୍ୟାକୁଳ?
    “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି।
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।
ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି।
    ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ ।
    ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ,
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ।
    ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।

ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି।
    ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର।
    ମୁଁ କହେ, “ହେ ସଦାପ୍ରଭୁ କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ?
    କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି,
    ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”

11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ?
    କାହିଁକି ମୁଁ ଏତେ ଅସ୍ଥିର ହେଉଅଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି
    ଓ ସେ ମୋତେ ଉଦ୍ଧାର କରିବେ।

ଯିଖରିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 8:1-17

ସଦାପ୍ରଭୁ ଯିରୁଶାଲମ ପ୍ରତି ଅନୁଗ୍ରହ କରିବାକୁ ଶପଥ କରନ୍ତି

ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ। ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭେ ସିୟୋନ ପାଇଁ ଅତ୍ୟାସକ୍ତ ଏବଂ ପ୍ରଗାଢ଼ ଅନୁରାଗ ସହିତ ଆମ୍ଭେ ତା’ ପାଇଁ କ୍ରୋଧାନ୍ୱିତ।” ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭେ ସିୟୋନକୁ ଫେରି ଆସିଛୁ ଏବଂ ଯିରୁଶାଲମ ମଧ୍ୟରେ ବାସ କରିବା। ଯିରୁଶାଲମ ‘ସତ୍ୟର ନଗରୀ’ ବୋଲି କୁହାଯିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାଯିବ।”

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ଯିରୁଶାଲମର ଖୋଲା ସ୍ଥାନରେ ବସ। ପ୍ରତ୍ୟେକଙ୍କ ହାତରେ ଏକ ଆଶାବାଡ଼ି ରହିବ କାରଣ ସେମାନଙ୍କର ବୃଦ୍ଧାବସ୍ଥା ପାଇଁ। ଆଉ ମଧ୍ୟ ନଗରର ଖୋଲାସ୍ଥାନ କ୍ରୀଡ଼ାରତ ପୁଅ ଓ ଝିଅଙ୍କ ଦ୍ୱାରା ପରିପୂର୍ଣ୍ଣ ହେବ।” ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦିଓ ଏହି ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ କଷ୍ଟ କର ଜଣାପଡ଼େ, ଏହା ସେମାନଙ୍କ ପ୍ରତି ମଧ୍ୟ ବିସ୍ମୟଜନକ ହେବ।”

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା। ଆମ୍ଭେ ସେମାନଙ୍କୁ ଏଠାକୁ ଫେରାଇ ଆଣିବା ଏବଂ ସେମାନେ ଯିରୁଶାଲମ ମଧ୍ୟରେ ବାସ କରିବେ। ସେମାନେ ଆମ୍ଭର ଲୋକ ହେବେ ଏବଂ ଆମ୍ଭେ ସେମାନଙ୍କର ବିଶ୍ୱସ୍ଥ ଏବଂ ନ୍ୟାୟବାନ୍ ପରମେଶ୍ୱର ହେବା।”

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ୟ ଏହି ଦିନଗୁଡ଼ିକରେ ସେହି ବାକ୍ୟଗୁଡ଼ିକ ଭବିଷ୍ୟ‌ଦ୍‌ବକ୍ତାମାନଙ୍କଠାରୁ ଶୁଣୁଅଛ। ଯେତେବେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା, ଯାହାପାଇଁ ମନ୍ଦିର ନିର୍ମାଣ ହୋଇ ପାରିଥିଲା। 10 ସେହି ଦିନ ପୂର୍ବରୁ ମନୁଷ୍ୟ ପାଇଁ ବେତନ ନ ଥିଲା, ପଶୁ ପାଇଁ ଆୟ ନ ଥିଲା, ବାହାରକୁ ଯିବା ଓ ଭିତରକୁ ଆସିବା ଲୋକମାନଙ୍କ ପାଇଁ ଶତ୍ରୁମାନଙ୍କଠାରୁ କୌଣସି ନିରାପତ୍ତା ନ ଥିଲା, କାରଣ ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ତାଙ୍କ ପଡ଼ୋଶୀଙ୍କ ବିପକ୍ଷ କରାଇଥିଲୁ। 11 ଆମ୍ଭେ ପୂର୍ବରୁ ଯେପରି କରୁଥିଲୁ ସେହି ଅବଶିଷ୍ଟାଂଶଙ୍କ ସହିତ ସେପରି ବ୍ୟବହାର କରିବା ନାହିଁ।” ଏହା ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି।

12 “ଏହି ଲୋକମାନେ ଶାନ୍ତିରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ୟ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷୟ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭେମାନେ ଦେଶସବୁ ସମ୍ମୁଖରେ ଅଭିଶପ୍ତ ଥିଲ। 13 ହେ ଯିହୁଦା ଓ ଇସ୍ରାଏଲ, ଠିକ୍ ଯେପରି ତୁମ୍ଭେମାନେ ଦେଶ ମଧ୍ୟରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।”

14 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କ୍ରୋଧାନ୍ୱିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦେବାକୁ ନିଷ୍ପତ୍ତି ନେଇଥିଲୁ।” ଏହା ସର୍ବଶକ୍ତିମାନ ସଦାପ୍ରଭୁ କହିଲେ। 15 “କିନ୍ତୁ ଏହି ଦିନଗୁଡ଼ିକରେ, ଆମ୍ଭେ ଆପଣା ମନକୁ ପରିବର୍ତ୍ତନ କରିଅଛୁ। ଆମ୍ଭେ ସ୍ଥିର କରିଛୁ ଯିରୁଶାଲମ ଓ ଯିହୁଦାର ଲୋକଙ୍କର ମଙ୍ଗଳ କରିବା। ସେଥିପାଇଁ ଭୟ କର ନାହିଁ। 16 ତୁମ୍ଭେମାନେ ଏହିସବୁ ନିଶ୍ଚୟ କରିବ, “ତୁମ୍ଭର ପଡ଼ୋଶୀମାନଙ୍କୁ ସତ୍ୟ କୁହ। ତୁମ୍ଭେମାନେ ତୁମ୍ଭମାନଙ୍କର ନଗରମାନଙ୍କରେ ସତ୍ୟତା ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କର। 17 ତୁମ୍ଭର ପ୍ରତିବାସୀର କ୍ଷତି କରିବାକୁ ତୁମ୍ଭ ହୃଦୟରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ୟା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସେହିସବୁକୁ ଘୃଣା କରୁ।” ସଦାପ୍ରଭୁ ଏହିସବୁ କହିଲେ।

ମାଥିଉ ଲିଖିତ ସୁସମାଗ୍ଭର 8:14-17

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ(A)

14 ଯୀଶୁ ପିତରଙ୍କ ଘରେ ପହଞ୍ଚିଲେ। ସେ ଦେଖିଲେ ଯେ ପିତରଙ୍କ ଶାଶୁ ଭୀଷଣ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ିଛନ୍ତି। 15 ଯୀଶୁ ତାହାଙ୍କୁ ଛୁଇଁଦେଲେ, ଓ ତାହାଙ୍କର ଜ୍ୱର ଛାଡ଼ିଗଲା। ତା’ପରେ ସେ ଉଠି ଯୀଶୁଙ୍କ ସେବା କରିବାକୁ ଲାଗିଲେ।

16 ସେହି ଦିନ ସନ୍ଦ୍ୟାରେ ଲୋକେ ତାହାଙ୍କ ପାଖକୁ ଭୂତଗ୍ରସ୍ତ ଅନେକ ଲୋକଙ୍କୁ ଆଣିଲେ। ଯୀଶୁ ଗୋଟିଏ ଆଜ୍ଞାରେ ସେହି ଭୂତମାନଙ୍କୁ ବାହାର କରିଦେଲେ। ଏହିଭଳି ଯୀଶୁ ସମସ୍ତ ରୋଗୀଙ୍କୁ ଭଲ କରିଦେଲେ। 17 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ ତାହା ସଫଳ ହେବା ପାଇଁ ଯୀଶୁ ଏହି କାମଗୁଡ଼ିକ କଲେ:

“ସେ ଆମ୍ଭର ରୋଗ ସବୁ ନେଇଗଲେ
    ଏବଂ ଆମ୍ଭର ଅସୁସ୍ଥତା ବହିଲେ।”(B)

ମାଥିଉ ଲିଖିତ ସୁସମାଗ୍ଭର 8:28-34

ଭୂତ କବଳରୁ ଦୁଇଜଣଙ୍କୁ ମୁକ୍ତି(A)

28 ଯୀଶୁ ହ୍ରଦର ଆରପଟରେ ଥିବା ଗାଦରୀୟ [a] ଲୋକଙ୍କ ରାଜ୍ୟରେ ପହଞ୍ଚିଲେ। ଭୂତଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ବହୁତ ଭୟଙ୍କର ଥିଲେ। 29 ସେମାନଙ୍କ ନିମନ୍ତେ କେହି ସେହି ବାଟେ ଯାଇପାରୁ ନ ଥିଲେ। ସେମାନେ ପାଟିକରି କହିଲେ, “ହେ ପରମେଶ୍ୱରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ଉପଯୁକ୍ତ ସମୟ ପୂର୍ବରୁ ତୁମ୍ଭେ କ’ଣ ଆମ୍ଭକୁ ଦଣ୍ଡ ଦେବା ପାଇଁ ଆସିଛ?”

30 ସେତେବେଳେ ସେଠାରୁ କିଛି ଦୂରରେ ଗୋଟିଏ ବିରାଟ ଘୁଷୁରିପଲ ଚରୁଥିଲେ। 31 ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, “ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦେହରୁ ତଡ଼ିଦେବାକୁ ଗ୍ଭହୁଁଛ, ତେବେ ଆମ୍ଭକୁ ଏ ଘୁଷୁରି ପଲରେ ଛାଡ଼ିଦିଅ।”

32 ଯୀଶୁ ସେମାନଙ୍କୁ କହିଲେ, “ଯାଅ!” ତେଣୁ ଭୂତମାନେ ମଣିଷଙ୍କ ଦେହରୁ ବାହାରି ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ତା’ପରେ ସେହି ଘୁଷୁରିପଲ ତୀଖ ପାହାଡ଼ରୁ ତଳକୁ ଗଡ଼ିଯାଇ ଶେଷରେ ହ୍ରଦରେ ବୁଡ଼ିଗଲେ। 33 ସେଠାରେ ଘୁଷୁରି ଚରାଉଥିବା ଲୋକେ ଥିଲେ। ସେମାନେ ନଗରକୁ ଦୌଡ଼ି ପଳାଇଲେ। ସେଠାରେ ଲୋକଙ୍କ ଆଗରେ ଘୁଷୁରିପଲ ଓ ଭୂତଗ୍ରସ୍ତ ଲୋକଙ୍କ ବିଷୟରେ ଯାହା ଯାହା ଘଟିଥିଲା, ସବୁକଥା ଗୋଟି ଗୋଟି କରି କହିଗଲେ। 34 ତା’ପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭେଟିବାକୁ ଆସିଗଲେ। ସେମାନେ ଯୀଶୁଙ୍କୁ ଦେଖି, ତାହାଙ୍କୁ ସେମାନେ ସେହି ଅଞ୍ଚଳ ଛାଡ଼ି ଗ୍ଭଲିଯିବା ପାଇଁ ବିନତି କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center