Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।
80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
5 ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
6 ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।
ଦାଉଦ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ
18 ତା’ପରେ ରାଜା ଦାଉଦ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ବସିଲେ ଏବଂ କହିଲେ,
ସଦାପ୍ରଭୁ ମୋର ପ୍ରଭୁ, “କାହିଁକି ମୁଁ ତୁମ୍ଭ ପକ୍ଷରେ ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋର ପରିବାର ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋତେ ଏତେ ଗୁରୁତ୍ୱପୂର୍ଣ୍ଣ କରିଛ? 19 ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି? 20 ଏଣୁ ଦାଉଦ ତୁମ୍ଭକୁ ଆଉ କ’ଣ କହିପାରେ? କାରଣ ହେ ପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁ ଅଛ। 21 ତୁମ୍ଭେ ତୁମ୍ଭର ସେବକ ପାଇଁ ଏହିସବୁ ମହାନ କାର୍ଯ୍ୟ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷୟ ଜାଣିବା ନିମନ୍ତେ ମୋତେ ନିର୍ଦ୍ଧାରଣ କରିଅଛ। 22 ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ।
4 ମୁଁ କହୁଛି ଯେ, ଯେପର୍ଯ୍ୟନ୍ତ ଜଣେ ଉତ୍ତରାଧିକାରୀ ଶିଶୁ ଅବସ୍ଥାରେ ଅଛି, ସେ ସମସ୍ତ ସମ୍ପତ୍ତିର ମାଲିକ ହୋଇଥିଲେ ମଧ୍ୟ, ଜଣେ ଦାସଠାରୁ ବେଶି ଭିନ୍ନ ନୁହେଁ। 2 କାରଣ ସେହି ଶିଶୁ ଆପଣା ପିତାଙ୍କ ଦ୍ୱାରା ନିଶ୍ଚିତ କରାଯାଇଥିବା ସମୟ ପର୍ଯ୍ୟନ୍ତ ଅଭିଭାବକ ଓ ତା’ର ଯତ୍ନ ନ୍ୟସ୍ତ କରା ଯାଇଥିବା ବ୍ୟକ୍ତିମାନଙ୍କର ଅଧୀନରେ ଥାଏ। 3 ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ। 4 କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ। 5 ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
6 ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ ଆବ୍ବା, ପ୍ରିୟ ପିତା” ବୋଲି ଡାକନ୍ତି। 7 ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।
2010 by World Bible Translation Center