Revised Common Lectionary (Semicontinuous)
ଇମ୍ମାନୁୟେଲ-ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି
10 ତା’ପରେ ସଦାପ୍ରଭୁ ଆହସଙ୍କୁ କହି ଗ୍ଭଲିଲେ। 11 ସେ କହିଲେ, “ଏ ଗୁଡ଼ିକ ସତ୍ୟ ବୋଲି ତୁମ୍ଭେ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ। ସେହି ଚିହ୍ନ ଅଧୋଲୋକରୁ ହେଉ କିମ୍ବା ଉର୍ଦ୍ଧଲୋକରୁ ହେଉ ସଦାପ୍ରଭୁଙ୍କୁ ସେହି ଚିହ୍ନ ମାଗ।”
12 ମାତ୍ର ଆହସ କହିଲେ, “ମୁଁ ପ୍ରମାଣ ସ୍ୱରୂପ ଚିହ୍ନ ମାଗିବି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ପରୀକ୍ଷା କରିବାକୁ ଗ୍ଭହେଁ ନାହିଁ।”
13 ତା’ପରେ ଯିଶାଇୟ କହିଲେ, “ହେ ଦାଉଦଙ୍କର ବଂଶ! ସାବଧାନ ହୋଇ ଶୁଣ। ତୁମ୍ଭେମାନେ ତୁଚ୍ଛମାନବର ଧୈର୍ଯ୍ୟକୁ ପରୀକ୍ଷା କରିଛ ବୋଲି ମୋର ପ୍ରଭୁ ପରମେଶ୍ୱରଙ୍କ ଧୈର୍ଯ୍ୟକୁ ପରୀକ୍ଷା କରି ପାରିବ ନାହିଁ। 14 ମାତ୍ର ମୋର ପ୍ରଭୁ ପରମେଶ୍ୱର ଏକ ଚିହ୍ନ ଦେଖାଇବେ।
ଦେଖ, ଏକ ଯୁବତୀ ଗର୍ଭବତୀ ହୋଇ
ଏକ ପୁତ୍ର ସନ୍ତାନ ଜନ୍ମ ଦେବ।
ତା’ର ନାମ ସେ ଇମ୍ମାନୁୟେଲ ଦେବ।
15 ଇମ୍ମାନୁୟେଲ ଲହୁଣୀ ଓ ମହୁ ଖାଇବ।
ତେଣୁ ସେ ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ତ୍ୟାଗ କରିବା ଜାଣିବ।
16 ବାଳକଟି ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ଅଗ୍ରାହ୍ୟ କରିବା ଜାଣିବା ପୂର୍ବରୁ ତୁମ୍ଭେମାନେ ଇଫ୍ରୟିମକୁ
ଓ ଅରାମକୁ ତ୍ୟାଗ କରିବା। କାରଣ “ତୁମ୍ଭେମାନେ ସେହି ଦୁଇ ରାଜାଙ୍କୁ ଘୃଣା କରିଅଛ।
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।
80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
5 ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
6 ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।
1 ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର।
ପରମେଶ୍ୱର ମୋତେ ତାହାଙ୍କର ପ୍ରେରିତ ଭାବରେ ଡାକିଲେ। ତାହାଙ୍କର ସୁସମାଗ୍ଭର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହେଲି। 2 ପରମେଶ୍ୱର, ଏହି ସୁସମାଗ୍ଭର ନିଜ ଲୋକଙ୍କୁ ଦେବା ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ୱର ନିଜ ଭବିଷ୍ୟଦ୍ବକ୍ତାମାନଙ୍କୁ ବ୍ୟବହାର କରି ଏହି ପ୍ରତିଜ୍ଞା କରିଥିଲେ। ସେହି ପ୍ରତିଜ୍ଞା ପବିତ୍ର ଶାସ୍ତ୍ରରେ ଲେଖା ହୋଇଛି। 3 ଏହି ସୁସମାଗ୍ଭର ପରମେଶ୍ୱରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଅଟେ। 4 ସେ ଦାଉଦଙ୍କ ବଂଶରେ ମନୁଷ୍ୟ ରୂପରେ ଜନ୍ମ ହୋଇଥିଲେ। କିନ୍ତୁ, ପବିତ୍ରଆତ୍ମା ଦ୍ୱାରା ପୁନରୁତ୍ଥାନର ଫଳ ସ୍ୱରୂପ ସେ ମହାନ ଶକ୍ତି ସହିତ ପରମେଶ୍ୱରଙ୍କର ପୁତ୍ର ରୂପେ ଘୋଷିତ ହେଲେ।
5 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି। 6 ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ହେବା ପାଇଁ ଡକା ଯାଇଛ।
7 ତୁମ୍ଭେମାନେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତିପ୍ରାପ୍ତ ହେଉ।
ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ(A)
18 ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି। 19 କିନ୍ତୁ ତାହଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।
20 କିନ୍ତୁ ଯୋଷେଫ ଯେତେବେଳେ ଏ କଥା ଭାବୁଥିଲେ, ସେତେବେଳେ ସ୍ୱପ୍ନରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କର ନାହିଁ। କାରଣ ତାହାଙ୍କ ଗର୍ଭରେ ଥିବା ଶିଶୁଟି ପବିତ୍ରଆତ୍ମାଙ୍କର।
21 ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।”
22 ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା। 23 “ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” [a] (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)
24 ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦେଶ ଦେଲେ, ସେହିପରି କଲେ। ସେ ମରିୟମଙ୍କୁ ବିବାହ କଲେ। 25 କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦେବା ପର୍ଯ୍ୟନ୍ତ ସେ ତାହାଙ୍କ ସହିତ ସହବାସ କରି ନ ଥିଲେ। ଆଉ ଯୋଷେଫ ପୁଅଟିର ନାମ ଯୀଶୁ ରଖିଲେ।
2010 by World Bible Translation Center