Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 1:46-55

ମରିୟମ ପରମେଶ୍ୱରଙ୍କ ସ୍ତୁତି କଲେ

46 ତା’ପରେ ମରିୟମ କହିଲେ,

“ମୋର ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି।
47     ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା।
48 ମୋର କିଛି ମହତ୍ତ୍ୱ ନାହିଁ,
    କିନ୍ତୁ ପରମେଶ୍ୱର ମୋ’ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ।
ଆଜିଠାରୁ ସମସ୍ତେ ମୋତେ ଧନ୍ୟ କହିବେ।
49 କାରଣ ସର୍ବଶକ୍ତିମାନ ପରମେଶ୍ୱର ମୋ’ ପାଇଁ ମହାନ୍ କାର୍ଯ୍ୟ ସବୁ କରିଛନ୍ତି।
    ତାହାଙ୍କର ନାମ ପବିତ୍ର ହେଉ।
50 ଯେଉଁମାନେ ତାହାଙ୍କର ଉପାସନା କରନ୍ତି,
    ସେ ସେମାନଙ୍କୁ ସଦାସର୍ବଦା ଦୟା କରନ୍ତି।
51 ସେ ତାହାଙ୍କର ବାହୁର ଶକ୍ତି ଦେଖାଇଛନ୍ତି।
    ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସେମାନଙ୍କର ସମସ୍ତ ଯୋଜନା ଧ୍ୱଂସ କରିଦେଲେ।
52 ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ
    ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।
53 ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦେଇ ତୃପ୍ତ କଲେ,
    କିନ୍ତୁ ଧନୀ ଓ ସ୍ୱାର୍ଥପର ଲୋକଙ୍କୁ ଖାଲି ହାତରେ ଫେରାଇଦେଲେ।
54 ତାହାଙ୍କର ସେବା କରିବା ପାଇଁ ସେ ନିଜେ ବାଛିଥିବା ଇସ୍ରାଏଲର ଲୋକମାନଙ୍କୁ ସାହାଯ୍ୟ କଲେ।
    ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।
55 ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦେଖାଇବା ପାଇଁ ଦେଇଥିବା,
    ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।”

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 7:18

ଦାଉଦ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ

18 ତା’ପରେ ରାଜା ଦାଉଦ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ବସିଲେ ଏବଂ କହିଲେ,

ସଦାପ୍ରଭୁ ମୋର ପ୍ରଭୁ, “କାହିଁକି ମୁଁ ତୁମ୍ଭ ପକ୍ଷରେ ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋର ପରିବାର ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋତେ ଏତେ ଗୁରୁତ୍ୱପୂର୍ଣ୍ଣ କରିଛ?

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 7:23-29

23 “ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସେମାନେ ଗୋଟିଏ ବିଶେଷ ଲୋକ ଅଟନ୍ତି। ସଦାପ୍ରଭୁ ସେମାନଙ୍କୁ ମିଶରର ଦାସତ୍ୱରୁ ମୁକ୍ତ କରିଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଆଶ୍ଚର୍ଯ୍ୟ କର୍ମ କରନ୍ତି। 24 ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ।

25 “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର। 26 ତା’ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’

27 “ତୁମ୍ଭ ସକାଶେ, ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଏହା ମୋତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, ‘ମୁଁ ତୁମ୍ଭର ପରିବାରକୁ ମହାନ କରିବି।’ ସେଥିପାଇଁ ମୁଁ ତୁମ୍ଭର ସେବକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି। 28 ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ହେଉଛ ପରମେଶ୍ୱର ଓ ଆପଣଙ୍କର ବାକ୍ୟ ସତ୍ୟ। ପୁଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ। 29 ବର୍ତ୍ତମାନ, ମୋର ପରିବାରକୁ ଆଶୀର୍ବାଦ କର। ପରମେଶ୍ୱର, ସେମାନେ ତୁମ୍ଭର ଚିରଦିନ ସେବା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ଛିଡ଼ା ହେବା ପାଇଁ ସୁଯୋଗ ଦିଅନ୍ତୁ। ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମୋର ପରିବାରକୁ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହୁ।”

ଗାଲାତୀୟଙ୍କ ପ୍ରତି ପତ୍ର 3:6-14

ଅବ୍ରହାମଙ୍କ ବିଷୟରେ ଶାସ୍ତ୍ର ମଧ୍ୟ ଏହି କଥା କୁହେ: “ଅବ୍ରହାମ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ଓ ପରମେଶ୍ୱର ତାହାଙ୍କ ନିଜ ସହିତ ଅବ୍ରହାମଙ୍କୁ ଧାର୍ମିକ କରିବା ପାଇଁ ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ।” [a] ଅତଏବ ତୁମ୍ଭେମାନେ ଜାଣି ରଖ ଯେ, ବିଶ୍ୱାସ କରୁଥିବା ଲୋକେ ଅବ୍ରହାମଙ୍କର ପ୍ରକୃତ ସନ୍ତାନ। ଶାସ୍ତ୍ରଗୁଡ଼ିକ ଏହା ମଧ୍ୟ କହେ ଯେ, ଭବିଷ୍ୟତରେ କ’ଣ ହେବ? ଲେଖାଅଛି, ପରମେଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ଧାର୍ମିକ କରିବେ। ସୁସମାଗ୍ଭର ଅବ୍ରାହମଙ୍କୁ ଆଗରୁ କୁହାଯାଇଥିଲା। ଶାସ୍ତ୍ର କହେ: “ପରମେଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ୟବହାର କରିବେ।” [b] ଅବ୍ରହାମ ଏହାକୁ ବିଶ୍ୱାସ କଲେ ଓ ସେଥିପାଇଁ ସେ ଆଶୀର୍ବାଦ ଲାଭ କଲେ। ସେହିପରି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ଅବ୍ରହାମଙ୍କ ପରି ଆଶୀର୍ବାଦ ପାଆନ୍ତି।

10 କିନ୍ତୁ ଯେଉଁମାନେ ବ୍ୟବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସେମାନେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ୟବସ୍ଥାମାନଙ୍କରେ ଲେଖାଅଛି: “ଯାହା ବ୍ୟବସ୍ଥା [c]ରେ ଲେଖାଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ୍, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହେବ।” [d] 11 ଏଥିରୁ ସ୍ପଷ୍ଟ ଯେ, କୌଣସି ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ପରମେଶ୍ୱରଙ୍କଠାରେ ଧାର୍ମିକ ବୋଲି ପ୍ରମାଣିତ ହୁଏ ନାହିଁ। କାରଣ ଶାସ୍ତ୍ର କହେ: “ବିଶ୍ୱାସକୁ ଆଧାର କରି ଧାର୍ମିକ ବ୍ୟକ୍ତି ସଦାକାଳ ପାଇଁ ଜୀବିତ ରହିବ।” [e]

12 କିନ୍ତୁ ବ୍ୟବସ୍ଥା ବିଶ୍ୱାସ ଉପରେ ଆଧାରିତ ନୁହେଁ, ପ୍ରତିବଦଳରେ ଶାସ୍ତ୍ର କୁହେ: “ଯେଉଁ ଲୋକ ବ୍ୟବସ୍ଥାର ବିଧିଗୁଡ଼ିକ ପାଳନ କରେ, ସେ ସେଗୁଡ଼ିକ ମାଧ୍ୟମରେ ବଞ୍ଚିବ।” [f] 13 ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ୟବସ୍ଥାର ଅଭିଶାପରୁ ମୁକ୍ତକଲେ। ଶାସ୍ତ୍ର କୁହେ: “ଯେଉଁ ଲୋକର ଶରୀରକୁ ଗଛରେ ଟାଙ୍ଗି ଦିଆ ଯାଏ, [g] ସେ ଲୋକଟି ଅଭିଶାପଗ୍ରସ୍ତ।” [h] 14 ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ୟ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ୱାସ ଦ୍ୱାରା ଆମ୍ଭେ ସମସ୍ତେ ସେହି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇ ପାରିବା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center