Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 63:7-9

ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କ ପ୍ରତି ସଦୟ ହୋଇଛନ୍ତି

ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା
    ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି,
ପୁଣି ନିଜର ନାନାବିଧ ଦୟା
    ଓ ଅପାର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି,
    ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବା।
ସଦାପ୍ରଭୁ କହିଲେ, “ନିଶ୍ଚୟ ସେମାନେ ଆମ୍ଭର ଲୋକ,
    ଯେଉଁମାନେ ଅସତ୍ୟ ବ୍ୟବହାର କରିବେ ନାହିଁ, ସେମାନେ ଆମ୍ଭର ସନ୍ତାନ।”
    ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।
ସେ ସେମାନଙ୍କର ସବୁ ଦୁଃଖରେ ଦୁଃଖିତ ହେଲେ।
    ତାହାଙ୍କର ଉପସ୍ଥିତି ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ।
ସେ ସେମାନଙ୍କୁ ନିଜ ପ୍ରେମ ଓ ଦୟାରୁ ମୁକ୍ତ କଲେ
    ଏବଂ ସେମାନେ ଅତି ପୁରୁଣା ସମୟ ଦେଇ ବହନ କଲେ।

ଗୀତସଂହିତା 148

148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
    ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
    ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
    ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
    ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
    କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
    ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
    ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
    ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
    ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
    ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
    ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
    ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
    ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
    ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।

ଏବ୍ରୀ 2:10-18

10 ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।

11 ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ। 12 ଯୀଶୁ କୁହନ୍ତି:

“ହେ ପରମେଶ୍ୱର, ମୁଁ ମୋର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟରେ କହିବି।
    ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗରେ, ମୁଁ ତୁମ୍ଭର ପ୍ରଶଂସା ପାଇବି।” (A)

13 ସେ ଆହୁରି କହନ୍ତି:

“ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରିବି।” (B)

ଓ ସେ କୁହନ୍ତି:

“ମୁଁ ଏହିଠାରେ ଅଛି, ଓ ପରମେଶ୍ୱରଙ୍କ ଦତ୍ତ ସନ୍ତାନଗଣ ମଧ୍ୟ ମୋ’ ସହିତ ଅଛନ୍ତି।” (C)

14 ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ। 15 ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ। 16 କାରଣ ପ୍ରକୃତରେ ଯୀଶୁ ସ୍ୱର୍ଗଦୂତମାନଙ୍କ ପ୍ରତି ମନଯୋଗୀ ନ ହୋଇ ଅବ୍ରହାମଙ୍କର ସନ୍ତାନମାନଙ୍କୁ ସାହାଯ୍ୟ କରନ୍ତି। 17 ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18 ଯୀଶୁ ପରୀକ୍ଷିତ ହୋଇ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସକ୍ଷମ ଅଟନ୍ତି।

ମାଥିଉ ଲିଖିତ ସୁସମାଗ୍ଭର 2:13-23

ଯୀଶୁଙ୍କ ବାପା-ମାଆ ତାହାଙ୍କୁ ମିଶରକୁ ନେଲେ

13 ପଣ୍ଡିତମାନେ ଗ୍ଭଲିଯିବାପରେ ପରମେଶ୍ୱରଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁଟିକୁ ଓ ତା’ ମାଙ୍କୁ ନେଇ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ। କାରଣ ହେରୋଦ ତାହାକୁ ମାରିଦେବା ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖୋଜିବ।”

14 ତେଣୁ ଯୋଷେଫ ଉଠିଲେ, ସେ ଶିଶୁ ଓ ତା’ ମାଙ୍କୁ ଧରି ମିଶର ଦେଶକୁ ଯିବା ପାଇଁ ରାତିରେ ବାହାରି ପଡ଼ିଲେ। 15 ସେଠାରେ ଯୋଷେଫ ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ରହିଲେ। ପରମେଶ୍ୱର ତାହାଙ୍କ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ୱର କହିଥିଲେ, “ମୁଁ ମୋର ପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।” [a]

ହେରୋଦ ବେ‌‌‌‌‌‌ଥ୍‌‌‌‌‌‌ଲେହିମର ଶିଶୁ ପୁତ୍ରମାନଙ୍କୁ ହତ୍ୟା କଲେ

16 ହେରୋଦ ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନେଇ ଦେଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇ ବର୍ଷ ତଳର କଥା ହୋଇଥିବାରୁ ସେ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ଓ ତା’ ଆଖପାଖ ଅଞ୍ଚଳର ଦୁଇ ବର୍ଷ ବା ତା’ଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ୟା କରିବାକୁ ଆଦେଶ ଦେଲେ। 17 ଏହିଭଳି ଭାବରେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିରିମିୟଙ୍କ ମାଧ୍ୟମରେ କୁହାଯାଇଥିବା ପ୍ରଭୁଙ୍କ ବାକ୍ୟ ସଫଳ ହେଲା:

18 “ରାମାରେ ଏକ ଦୁଃଖଭରା ସ୍ୱର ଶୁଣାଗଲା।
    ତାହା ରୋଦନ ଓ ଅତିଶୟ ବିଳାପର ସ୍ୱର ଥିଲା।
ରାହେଲ ତା’ ପିଲାମାନଙ୍କ ପାଇଁ କାନ୍ଦୁଥିଲା।
    କେହିହେଲେ ତାକୁ ସାନ୍ତ୍ୱନା ଦେଇ ପାରିବେନି।
    କାରଣ ତା’ର ପିଲାମାନେ ମରିଯାଇଥିଲେ।”(A)

ଯୋଷେଫ ଓ ମରିୟମ ମିଶରରୁ ଫେରିଲେ

19 ହେରୋଦଙ୍କ ମୃତ୍ୟୁ ପରେ ମିଶରରେ ଯୋଷେଫଙ୍କୁ ସ୍ୱପ୍ନରେ ପ୍ରଭୁ ପରମେଶ୍ୱରଙ୍କର ଜଣେ ଦୂତ ଦେଖା ଦେଲେ। 20 ଦୂତ କହିଲେ, “ଉଠ, ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦେବାକୁ ଚେଷ୍ଟା କରୁଥିଲେ, ସେମାନେ ଏବେ ମରିଗଲେଣି।”

21 ତେଣୁ ଯୋଷେଫ ପ୍ରସ୍ତୁତ ହେଲେ, ସେ ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଫେରିଗଲେ। 22 କିନ୍ତୁ ଯୋଷେଫ ଶୁଣିଲେ ଯେ, ହେରୋଦଙ୍କ ମୃତ୍ୟୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ଯିହୂଦାରେ ରାଜା ହୋଇଛନ୍ତି। ତେଣୁ ସେ ସେଠାକୁ ଯିବାକୁ ଭୟ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ସ୍ୱପ୍ନରେ ଆଦେଶ ପାଇ ଯୋଷେଫ ଗାଲିଲୀ ପ୍ରଦେଶକୁ ଗଲେ। 23 ସେ ସେଠାରେ ପହଞ୍ଚି ନାଜରିତ ନାମକ ନଗରରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ୟାତ ହେବେବୋଲି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କ ମାଧ୍ୟମରେ ପରମେଶ୍ୱର କହିଥିଲେ। ସେହି ବାକ୍ୟ ଅନୁସାରେ ଏହା ଘଟିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center